ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ ନାହିଁ: ଜିଲାପାଳ

ଭଦ୍ରକ,୧୭।୧୧(ସନାତନ ରାଉତ): ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ କିଛି ନାହିଁ ବୋଲି ଭଦ୍ରକ ଜିଲାପାଳ ଦିଲୀପ ରାଉତରାଏ କହିଛନ୍ତି। ଭଦ୍ରକ ସହର ମନମୋହନ ସଙ୍ଗୀତ ପରିଷଦ ପଡ଼ିଆରେ ଚାଲିଥିବା ୨୪ତମ ପୁସ୍ତକ ମେଳାରେ ଶନିବାର ଧରିତ୍ରୀ ଷ୍ଟଲ୍‌କୁ ଉଦ୍‌ଘାଟନ କରିବା ଅବସରରେ ଜିଲାପାଳ କହିଛନ୍ତି, ପୁସ୍ତକ ପଢ଼ିଲେ ଜ୍ଞାନର ପରିସୀମା ବଢ଼ିବା ସହ ବିଭିନ୍ନ ବିଷୟବସ୍ତୁ ଉପରେ ପିଲାମାନଙ୍କର ରୁଚି ବଢ଼ିବ। ବହି ପଢ଼ି ଅନେକ ଲୋକ ଜ୍ଞାନ ଆହରଣ କରି ସଫଳତାର ଶୀର୍ଷରେ ପହଞ୍ଚତ୍ଛନ୍ତି। ଧରିତ୍ରୀର ଏଭଳି ପ୍ରୟାସକୁ ସେ ପ୍ରଶଂସା କରିଛନ୍ତି।
ଅନ୍ୟତମ ଅତିଥି ଭାବେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମେଶ ଚନ୍ଦ୍ର ନାୟକ ଯୋଗଦେଇ କହିଥିଲେ, ଧରିତ୍ରୀର ବିଭିନ୍ନ ପ୍ରକାଶନ ପତ୍ରିକାକୁ ଷ୍ଟଲ୍‌ରେ ସ୍ଥାନିତ କରାଯାଇଛି। ପରିବେଶ ପ୍ରଦୂଷଣ ରୋକିବା ନେଇ ଧରିତ୍ରୀ ପକ୍ଷରୁ ଦିଆଯାଇଥିବା ସଚେତନତା ବାର୍ତ୍ତା ସ୍ବାଗତଯୋଗ୍ୟ। ଅନ୍ୟତମ ଅତିଥି ଭାବେ ପୁସ୍ତକ ମେଳା କମିଟି ସଭାପତି ଅଜୟ ନାୟକ, ସମ୍ପାଦକ ରୂପକ ବିହାରୀ ରାୟ, ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ପ୍ରାଧ୍ୟାପକ ଡ. କମଳାକାନ୍ତ ଜେନା ଓ ସାହିତି୍ୟକା ରାଧାରାଣୀ ମହାପାତ୍ର୍ର ଯୋଗଦେଇଥିଲେ। ଷ୍ଟଲ୍‌ରେ ଧରିତ୍ରୀ ପକ୍ଷରୁ ବିଭିନ୍ନ ବର୍ଷରେ ପ୍ରକାଶିତ ବିଶେଷାଙ୍କ ସ୍ଥାନିତ ହୋଇଛି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଧରିତ୍ରୀର ଫିଚର୍‌ ସମ୍ପାଦକ ବୀରଭଦ୍ର ବିଶ୍ୱାଳ, ଉପବାର୍ତ୍ତା ସମ୍ପାଦକ ଜିତେନ୍ଦ୍ର କୁମାର ନାୟକ, ପ୍ରସାରଣ ବିଭାଗର ଆଲୋକ ପ୍ରସାଦ କାନୁନ୍‌ଗୋ, ଜିଲା ପ୍ରତିନିଧି ସନାତନ ରାଉତ, ବାସୁଦେବପୁର ପ୍ରତିନିଧି ନାରାୟଣ ପ୍ରସାଦ ବାରିକ୍‌, ଧାମନଗର ପ୍ରତିନିଧି ସନ୍ତୋଷ କୁମାର ମହାପାତ୍ର, ନଳାଙ୍ଗ ପ୍ରତିନିଧି ସାଇଶଙ୍କର ମହାକୁଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri