ନାରୀ ପାଇଁ ଆଜି ବି ଉପଯୁକ୍ତ ସମାଜ ନାହିଁ

ବରଗଡ଼,୧୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ମହିଳା ସମିତି ପକ୍ଷରୁ ସମିତିର ପ୍ରତିଷ୍ଠାତା ଜନସାଥୀ ସ୍ବର୍ଗତ ଲେଙ୍ଗୁ ମିଶ୍ରଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମହିଳା ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ଶ୍ରାଦ୍ଧବାର୍ଷିକୀ ସମାରୋହ ଅବସରରେ ନିର୍ଭୟା ପ୍ରସଙ୍ଗରେ ଆଲୋଚନାଚକ୍ର ହୋଇଥିଲା। ଆଲୋଚନାଚକ୍ରରେ ବରିଷ୍ଠ ଆଡ଼ଭୋକେଟ୍‌ ଶିରିଶ ବଲ୍ଲଭ ମିଶ୍ର ମୁଖ୍ୟଅତିଥି, ଡା. ସୁବଳ କର ସମ୍ମାନିତ ଅତିଥି ଏବଂ ଗଣ ଇସ୍ତାହାରର ସମ୍ପାଦକ ଡଃ ପ୍ରଦୀପ କୁମାର ହୋତା ମୁଖ୍ୟ ଆଲୋଚକ ଭାବେ ଯୋଗଦାନ କରିଥିଲେ। ଆଲୋଚନାଚକ୍ରରେ ବକ୍ତାମାନେ କହିଥିଲେ, ନାରୀ ପାଇଁ ଉପଯୁକ୍ତ ସମାଜଟିଏ ଆମେ ଏପର୍ଯ୍ୟନ୍ତ ଗଢ଼ିପାରିନାହୁଁ। ନିର୍ଭୟା ଆଜି ପ୍ରତୀକ ହୋଇଯାଇଛି ଏବଂ ପ୍ରତ୍ୟେକ ମୁହୂର୍ତ୍ତରେ ନିର୍ଭୟାମାନେ ବଳାତ୍କାରର ଶିକାର ହେଉଛନ୍ତି। ମହିଳା ସମିତି ଉପସଭାପତି ମନ୍ଦାକିନୀ ପତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମାଜସେବୀ ଗୀତା ମିଶ୍ର ପ୍ରଥମେ ଜନସାଥୀ ଲେଙ୍ଗୁ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ବରିଷ୍ଠ ସଦସ୍ୟା ମମତା ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ଗଣ ଇସ୍ତାହାରର ମୁଖ୍ୟ ସମ୍ପାଦକ ତଥା ମହିଳା ସମିତିର ଉପଦେଷ୍ଟା ପ୍ରସନ୍ନ କୁମାର ମିଶ୍ର ପ୍ରସଙ୍ଗ ଉପସ୍ଥାପନ କରିଥିଲେ। ସମ୍ପାଦିକା ଇନ୍ଦ୍ରାଣୀ ଶତପଥୀ ଅତିଥି ପରିଚୟ ପ୍ରଦାନ ଓ ରାଧାରାଣୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ସଭାରେ ମହିଳା ସମିତିର ସମସ୍ତ ସଦସ୍ୟା ଅଂଶଗ୍ରହଣ କରି ଜନସାଥୀ ଲେଙ୍ଗୁ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପୂର୍ବାହ୍ନରେ ଲେଙ୍ଗୁ ମିଶ୍ର ଛକରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ସହରର ବହୁ ବୁଦ୍ଧିଜୀବୀ ଏବଂ ମହିଳା ସାମିଲ ହୋଇ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଲେଙ୍ଗୁ ମିଶ୍ର ଷ୍ଟାଡ଼ିୟମରେ କ୍ରୀଡ଼ା ସଙ୍ଗଠକ ସୁରେଶ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଖେଳାଳିମାନେ ସାମିଲ ହୋଇ ଲେଙ୍ଗୁ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri