ପ୍ରତିଦିନ ଏହି ସମୟରେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଶୁକ୍ରବାରଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ।

ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।

ସୂଚନାଯୋଗ୍ୟ, ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝି ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ଆଶ୍ୱାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।

Share