Posted inଜାତୀୟ

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌ (ଭିଭିପିଏଟି) ସ୍ଲିପ୍‌ଗୁଡ଼ିକର ସମ୍ପୂର୍ଣ୍ଣ ଯାଞ୍ଚ କରିବା ପାଇଁ ହୋଇଥିବା ଆବେଦନ ଉପରେ ସର୍ବୋଚ୍ଚ ଅଦାଲତ ଗୁରୁବାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଶୁଣାଣି ବେଳେ କେରଳରେ ମକ୍‌ ଭୋଟିଂ ସମୟରେ ଇଭିଏମ୍‌ରେ ଭାଜପା ସପକ୍ଷରେ ଅତିରିକ୍ତ ଭୋଟ ରେକର୍ଡ ହୋଇଥିବାର ଅଭିଯୋଗ ହୋଇଥିଲା। ଏହାର ଯାଞ୍ଚ କରିବାକୁ ସୁପ୍ରିମକୋର୍ଟ ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ଏବଂ ଦୀପଙ୍କର ଦତ୍ତାଙ୍କ ଖଣ୍ଡପୀଠ ଶୁଣାଣି କରିବା ବେଳେ ଏକ ଗଣମାଧ୍ୟମ ରିପୋର୍ଟ ଆଧାରରେ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହା ନିର୍ବାଚନ ପ୍ରକ୍ରିୟା ହୋଇଥିବାରୁ ପବିତ୍ରତା ରହିବା ଜରୁରୀ। ଯାହା ଆଶା କରାଯାଉଥିଲା ତାହା ହେଉନାହିଁ, ଏଭଳି ଆଶଙ୍କା କାହା ମନରେ ରହିବା ଉଚିତ ନୁହେଁ ବୋଲି ସର୍ବୋଚ୍ଚ ଅଦାଲତ ଟିପ୍ପଣୀ ଦେଇଛନ୍ତି।
ଆବେଦନକାରୀ ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌) ପକ୍ଷରୁ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଉପସ୍ଥିତ ରହି ମନୋରମା ଅନ୍‌ଲାଇନରେ ପ୍ରକାଶିତ ରିପୋର୍ଟ ସମ୍ପର୍କରେ ଖଣ୍ଡପୀଠଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଉକ୍ତ ରିପୋର୍ଟ ଅନୁଯାୟୀ କେରଳର କସରଗୋଡ ନିର୍ବାଚନ ମଣ୍ଡଳୀରେ ଇଭିଏମ୍‌ର
ମକ୍‌ ପୋଲିଂ କରାଯାଇଥିଲା। ଅନୂ୍ୟନ ୪ଟି ଇଭିଏମ୍‌ରେ ଭୁଲ୍‌ବଶତଃ ଭାଜପା ସପକ୍ଷରେ ଅଧିକ ଭୋଟ ଯାଇଥିବା ନେଇ ଉଭୟ ବାମ ଗଣତାନ୍ତ୍ରିକ ମେଣ୍ଟ (ଏଲ୍‌ଡିଏଫ୍‌) ଏବଂ ସଂଯୁକ୍ତ ଗଣତାନ୍ତ୍ରିକ ମେଣ୍ଟ (ୟୁଡିଏଫ୍‌) ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଭିଭିପିଏଟିରେ ଲାଗିଥିବା ଅସ୍ବଚ୍ଛ କାଚ ବଦଳରେ ସ୍ବଚ୍ଛ କାଚ ଲଗାଇବାକୁ ମଧ୍ୟ ଆବେଦନକାରୀମାନେ ଦାବି କରିଛନ୍ତି। ଫଳରେ ଇଭିଏମ୍‌ରେ ଭୋଟ ଦେବା ସମୟରେ ୭ ସେକେଣ୍ଡ ପାଇଁ ଭିଭିପିଏଟିର ଆଲୋକ ଜଳୁଥିବାବେଳେ ଭୋଟରମାନେ ସ୍ବଚ୍ଛ କାଚ ଉକ୍ତ ସ୍ଲିପ୍‌କୁ ଦେଖିପାରିବେ ଏବଂ ସେମାନଙ୍କ ଭୋଟ ପ୍ରକୃତ ପ୍ରାର୍ଥୀଙ୍କ ପାଖକୁ ଯାଇଛି କି ନାହିଁ ନିଶ୍ଚିତ ହୋଇପାରିବେ। ନିର୍ବାଚନ କମିଶନଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମନୀନ୍ଦର ସିଂ ଏବଂ ଆବେଦନକାରୀମାନଙ୍କ ତରଫରୁ ପ୍ରଶାନ୍ତ ଭୂଷଣ, ଗୋପାଳ ଶଙ୍କରନାରାୟଣନ ଓ ଅନ୍ୟ ଆଇନଜୀବୀମାନେ ଉପସ୍ଥିତ ଥିଲେ।
ତେବେ ମକ୍‌ ପୋଲିଂ ବେଳେ ୪ଟି ଇଭିଏମ୍‌ରେ ଭାଜପାକୁ ଗୋଟିଏ ଲେଖାଏ ଅଧିକ ଭୋଟ ଯାଇଥିବା ରିପୋର୍ଟକୁ ଗୁରୁବାର ନିର୍ବାଚନ କମିଶନ ଖଣ୍ଡନ କରିଛନ୍ତି। ଏଭଳି ଖବର ସମ୍ପୂର୍ଣ୍ଣ ମିଥ୍ୟା ବୋଲି ଇସି ଅଧିକାରୀ ନିତେଶ କୁମାର ସୁପ୍ରିମକୋର୍ଟଙ୍କୁ ଜଣାଇଥିଲେ। ଜିଲାପାଳଙ୍କଠାରୁ ମିଳିଥିବା ଅଭିଯୋଗକୁ ଆମେ ଯାଞ୍ଚ କରିଛୁ ଏବଂ ତାହା ମିଛ ବୋଲି ଜଣାପଡ଼ିଥିବା ନିତେଶ କହିଥିଲେ। ମଙ୍ଗଳବାର ଶୁଣାଣି ବେଳେ ଇଭିଏମ୍‌ ବଦଳରେ ପୁଣିଥରେ ବାଲଟ ପେପର ବ୍ୟବସ୍ଥାକୁ ଫେରିବା ପାଇଁ ହୋଇଥିବା ଦାବିକୁ ସୁପ୍ରିମକୋର୍ଟ ଅଗ୍ରାହ୍ୟ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri