ଇଭିଏମ ଭଙ୍ଗା ଘଟଣା: ଭାଇରାଲ ଭିଡିଓର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଇଭିଏମ ଭଙ୍ଗା ଘଟଣା: ଭାଇରାଲ ଭିଡିଓର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର,୨୮।୫: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଇଭିଏମ ମେସିନ ଭଙ୍ଗା ଘଟଣାକୁ ନେଇ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ଏହାରି ଭିତରେ ଭୁବନେଶ୍ୱର ଏମପି ପ୍ରାର୍ଥୀନୀ ଅପରାଜିତା ଷଡଙ୍ଗୀ ଘଟଣାର ସିସିଟିଭି ଫୁଟେଜ ଭାଇରାଲ କରିଛନ୍ତି। ଯେଉଁଥିରେ ପ୍ରଶାନ୍ତ ଇଭିଏମ ଭାଙ୍ଗିଛନ୍ତି କି ନାହିଁ ଜଣାପଡିଛି।

ଭିଡିଓ ଭାଇରାଲ ହେବା ପରେ ଏହାର ସତ୍ୟାସତ୍ୟ ଜାଣିବା ପାଇଁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ଏକ ପ୍ରେସ ରିଲିଜ ମାଧ୍ୟମରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) କହିଛନ୍ତି ଯେ, ବେଗୁନିଆ ବିଧାନସଭା ନିର୍ବାଚନମଣ୍ଡଳୀର ଏକ ମତଦାନ କେନ୍ଦ୍ରର ଭିଡିଓ କେତେକ ଇଲେକ୍ଟ୍ରୋନିକ ଓ ସୋସିଆଲ ମିଡିଆରେ ପ୍ରସାରିତ ହେଉଥିବା ଆମ ଦୃଷ୍ଟିକୁ ଆସିଛି । ଉକ୍ତ ମତଦାନ ସଂଗ୍ରହ ଦିନ ୬୦ ପ୍ରତିଶତ ମତଦାନ କେନ୍ଦ୍ରରେ ୱେବକାଷ୍ଟିଂ ବ୍ୟବସ୍ଥା ହୋଇଥିଲା । ମୁଖ୍ୟ ନିର୍ବାଚନ ଅଧିକାରୀ, ଜିଲ୍ଲା ନିର୍ବାଚନ ଅଧିକାରୀ ଓ ରିଟର୍ଣ୍ଣିଂ ଅଫିସରଙ୍କ କଂଟ୍ରୋଲ ରୁମରେ ଏହି ଲାଇଭ ୱେବକାଷ୍ଟିଂକୁ ଦେଖି ହେଉଥିଲା । ଜିଲ୍ଲା ନିର୍ବାଚନ ଅଧିକାରୀ ହେଉଛନ୍ତି ୱେବକାଷ୍ଟିଂ ରେକର୍ଡର ରକ୍ଷକ । ତେଣୁ ଏହାର ତୁରନ୍ତ ତଦନ୍ତ କରି ଓ ଘଟଣା ଉପରେ ସ୍ପଷ୍ଟୀକରଣ ରଖିବା ପାଇଁ ଖୋର୍ଦ୍ଧା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସିଇଓ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri