ମଦ ପିଇ ଗାଡ଼ି ଚଳାଇ ଧରାପଡ଼ିଲେ ପୂର୍ବତନ ହକି କ୍ୟାପ୍‌ଟେନ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୧୯।୮(ସତ୍ୟଜିତ ରାଉତ): ପୂର୍ବତନ ହକି କ୍ୟାପ୍‌ଟେନ ପ୍ରବୋଧ ତିର୍କୀ ଭୁବନେଶ୍ୱରରେ ମଦ୍ୟପାନ କରି ଗାଡ଼ି ଚାଳନା କରିବାବେଳେ କମିଶନରେଟ ପୋଲିସ ଦ୍ୱାରା ଧରାପଡ଼ିଛନ୍ତି। ସେ ଚଳାଉଥିବା କାର୍‌ (ଓଡି୦୨-ଜେ-୭୫୮୫)କୁ ପୋଲିସ ଜବତ କରିଛି। ଶନିବାର ରାତିରେ ସେଫ୍‌ ସିଟି ଡ୍ରାଇଭ ଅଭିଯାନରେ କମିଶନରେଟ ପୋଲିସ ପକ୍ଷରୁ ଡ୍ରିଙ୍କ ଆଣ୍ଡ ଡ୍ରାଇଭ୍‌ ବିରୋଧରେ ଓମ୍‌ଫେଡ ଛକରେ କଡ଼ାକଡ଼ି ଯାଞ୍ଚ ଚାଲିଥିଲା। ରାତି ପ୍ରାୟ ୧୨ଟା ୪୦ ବେଳେ ପ୍ରବୋଧଙ୍କ କାର୍‌କୁ ଅଟକାଯାଇ ଚେକିଂ କରାଯାଇଥିଲା। ପ୍ରବୋଧଙ୍କ ବ୍ଲଡ୍‌ ଆଲ୍‌କୋହଲ ଟେଷ୍ଟ କରାଯିବାପରେ ତାଙ୍କର ୧୧୫ ଏମ୍‌ଜି/୧୦୦ ଏମ୍‌ଏଲ୍‌ ବାହାରିଥିଲା। ପରେ ତାଙ୍କ କାରକୁ ଜବତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କୋର୍ଟରେ ଜରିମାନା ଦାଖଲ ପରେ ପ୍ରବୋଧ ତାଙ୍କ କାର୍‌ ମୁକୁଳାଇ ପାରିବେ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri