Posted inଜାତୀୟ

ବାଂଲାଦେଶ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତିଙ୍କୁ ସୀମାରେ ଅଟକ

ଢାକା,୨୫ା୮(ପି.ଟି.): ବାଂଲାଦେଶ ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କୁ ଭାରତ ସୀମାନ୍ତ ସିଲ୍‌ହେଟ୍‌ ନିକଟରୁ ବାଂଲାଦେଶ ସୀମା ସୁରକ୍ଷା ଗାର୍ଡ (ବିଜିବି) ଶୁକ୍ରବାର ବିଳମ୍ବିତ ରାତିରେ ଅଟକ ରଖିଛି। ସେ ଭାରତ ଖସିପଳାଇବାକୁ ଉଦ୍ୟମ କରୁଥିଲେ ବୋଲି ଅଭିଯୋଗ ହୋଇଛି। ଏହାର କିଛି ଘଣ୍ଟା ପୂର୍ବରୁ ଆଓ୍ବାମୀ ଲିଗ୍‌ ନେତା ଏଏସ୍‌ଏମ୍‌ ଫିରୋଜଙ୍କୁ ତାଙ୍କ ବାସଭବନରୁ ଗିରଫ କରାଯାଇଥିଲା। ପୂର୍ବତନ ବିଚାରପତି ଶମସୁଦ୍ଦିନ ଚୌଧୁରୀ ମାନିକ୍‌ଙ୍କୁ ଅଟକ ରଖାଯାଇଥିବା ବିଜିବି ମୁଖ୍ୟାଳୟ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ସୂଚନା ଦେଇଛି। ତାଙ୍କୁ ବିଜିବି ଆଉଟପୋଷ୍ଟରେ ମଧ୍ୟରାତ୍ର ପର୍ଯ୍ୟନ୍ତ ରଖାଯାଇଥିଲା। ସୂଚନାଯୋଗ୍ୟ, ବାଂଲାଦେଶରେ ହିଂସାତ୍ମକ ଆନ୍ଦୋଳନରେ ୪୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ପରେ ଗତ ୫ ତାରିଖରେ ଶେଖ୍‌ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଭାରତ ପଳାଇଥିଲେ। ଏହା ପରେ ଆଓ୍ବାମୀ ଲିଗ୍‌ର ବରିଷ୍ଠ ମନ୍ତ୍ରୀଙ୍କ ସମେତ ଅନେକ ନେତାଙ୍କୁ ଗିରଫ କରାଗଲାଣି। ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ନାଁରେ ହତ୍ୟା ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି।...

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri