ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ତେବେ ତାଙ୍କ ଇସ୍ତଫାପତ୍ରକୁ ପ୍ରତ୍ୟାହାର କରିବା ପାଇଁ ଭାଗୀରଥି ଶୁକ୍ରବାର ବିଜେଡି ହାଇକମାଣ୍ଡଙ୍କ ନିକଟକୁ ପତ୍ର ଲେଖିଛନ୍ତି।

ପ୍ରକାଶ ଯେ, ଗତ ଏପ୍ରିଲ ୩୦ରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ସମୟରେ ଗଣମାଧ୍ୟମକୁ ସୂଚନା ଦେବାବେଳେ ବିଜେଡିରେ ଟିକେଟ ପାଇବାକୁ ହେଲେ ମୋଟା ଅଙ୍କ ଦେବାକୁ ପଡ଼େ ବୋଲି ଭାଗୀରଥି କହିଥିଲେ। ଏଥିସହ ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡିକୁ ଜିତାଇଦେବେ ନାହିଁ ବୋଲି ବଦ୍ଧପରିକର ହୋଇଥିଲେ। ଭାଗୀରଥିଙ୍କ ଏଭଳି ମନ୍ତବ୍ୟ ସେ ସମୟରେ ଚର୍ଚ୍ଚା ଜୋର ଧରିଥିଲା। ନିର୍ବାଚନରେ ପରୋକ୍ଷ ଭାବେ ସେ କଂଗ୍ରେସକୁ ସମର୍ଥନ କରିଥିବା କଥା ମଧ୍ୟ ଚର୍ଚ୍ଚାର ପରିସରକୁ ଆସିଥିଲା। ତେବେ ଏସବୁ ଘଟଣାକୁ ସେ ଖଣ୍ଡନ କରିଛନ୍ତି। ତାଙ୍କ ଶାରିରୀକ ଅସୁସ୍ଥତା କାରଣରୁ ସେ ଦଳରୁ ଇସ୍ତଫା ଦେଇଥିଲେ। ଏବେ ସୁସ୍ଥ ଅନୁଭବ କରୁଥିବାରୁ ସେ ଦଳକୁ ପୁନର୍ବାର ଫେରିବା ପାଇଁ ବିଜେଡି ସୁପ୍ରିମୋଙ୍କ ନିକଟକୁ ପତ୍ର ଲେଖିଛନ୍ତି। ଏପରିକି ବିଜେଡି ଏକ ଶୃଙ୍ଖଳିତ ଦଳ ବୋଲି ମଧ୍ୟ ଭାଗୀରଥି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆୟୁଷ୍ମାନ୍‌ ଭାରତ ଯୋଜନା ଶୁଭାରମ୍ଭ

କର୍ଲାମୁଣ୍ଡା,୧୧ା୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ...

ରକ୍ତ ଭଣ୍ଡାରରେ ରକ୍ତର ଅଭାବ: ଜନ୍ମ ଦିନରେ ମହାନତା ଦେଖାଇଲେ ସରପଞ୍ଚ ପ୍ରତିନିଧି

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁଁ ପଞ୍ଚାୟତ ସରପଞ୍ଚ ପ୍ରତିନିଧି ତଥା ବିଶିଷ୍ଟ ସାମାଜିକକର୍ମୀ ଚିତ୍ରସେନ ଗୌଡ଼ଙ୍କ ୩୯ ତମ...

ଏଏଫ୍‌ସି ଏସିଆନ କପ୍‌ ୨୦୩୧ ଲାଗି ବିଡ୍‌ ଦାଖଲ କଲା ଭାରତ

ନୂଆଦିଲ୍ଲୀ, ୧୧ା୪: ଭାରତ ୨୦୩୧ ଏଏଫ୍‌ସି ଏସିଆନ କପ୍‌ ଆୟୋଜନ କରିବା ପାଇଁ ଆଗ୍ରହ ପ୍ରକାଶ କରି ଏହାର ବିଡ୍‌ ‘ ଏକ୍ସପ୍ରେସନ ଅଫ୍‌ ଇଣ୍ଟରେଷ୍ଟ...

୮ ପଦକ ସହ ଦ୍ୱିତୀୟ ସ୍ଥାନରେ ଭାରତ

ବୁଏନ୍ସ ଏରିଜ, ୧୧ା୪: ରାଇଫଲ ପିସ୍ତଲ ଓ ଶଟ୍‌ଗନ୍‌ ଶୁଟରମାନଙ୍କ ଲାଗି ବର୍ଷର ପ୍ରଥମ ଆଇଏସ୍‌ଏସ୍‌ଏଫ୍‌ ଓ୍ବାଲର୍‌ଡ କପ୍‌ ଯୁବ ଟ୍ରାପ୍‌ ମିକ୍ସଡ ଟିମ୍‌ ଯୋଡ଼ି...

ଯୁବ ଲେଖକ ସମ୍ମିଳନୀରେ ମତପ୍ରକାଶ: ଯୁବପିଢିଙ୍କ ଲେଖନୀ ମୁନରେ ସମୃଦ୍ଧ ହେବ ଓଡ଼ିଆ ଭାଷା ସାହିତ୍ୟ

ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ): ଭଲ କାହାଣୀ, ଭଲ ନାଟକ ଏବଂ ଭଲ କବିତା ଦ୍ଵାରା ଓଡ଼ିଆ ଭାଷା ତିଷ୍ଠି ରହିପାରିବ । ଯୁବପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷା...

ବଡ଼ ନିଯୁକ୍ତି ସୁଯୋଗ: ESICରେ ୫୫୮ ପଦବୀ ଲାଗି ବାହାରିଲା ବିଜ୍ଞପ୍ତି, ଜାଣନ୍ତୁ କିଭଳି କରିବେ ଆବେଦନ…

ନୂଆଦିଲ୍ଲୀ,୧୧।୪: ସରକାରୀ ଚାକିରି ଖୋଜୁଥିବା ଯୁବକ ଯୁବତୀଙ୍କ ପାଇଁ ଏକ ଖୁସି ଖବର। କର୍ମଚାରୀ ରାଜ୍ୟ ବୀମା ନିଗମ (ESIC) ସ୍ପେଶାଲିଷ୍ଟ ଗ୍ରେଡ-୨ର ମୋଟ ୫୫୮...

ଏହିଦିନ ଳାଗୁ ହେବ ୮ମ ବେତନ କମିଶନ! ଏହି କର୍ମଚାରୀଙ୍କ ୩ଗୁଣା ବଢିବ ଦରମା

ନୂଆଦିଲ୍ଲୀ,୧୧।୪:ଅଷ୍ଟମ ବେତନ ଆୟୋଗ ଲାଗୁ ହେବା ପରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା କେତେ ବୃଦ୍ଧି ପାଇବ ସେ ନେଇ ଅନେକ ଆଲୋଚନା ହେଉଛି। ଅନେକ...

ବଡ଼ ଖବର: ତାମିଲନାଡୁରେ BJP-AIADMK ମେଣ୍ଟ ଘୋଷଣା, ଶାହା କହିଲେ- ମଜବୁତ ହେବ ଏନ୍‌ଡିଏ

ଚେନ୍ନାଇ,୧୧।୪: ତାମିଲନାଡୁ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ଭାରତୀୟ ଜନତା ପାର୍ଟି (ଭାଜପା)ର ରାଜ୍ୟ ସଭାପତି କେ. ଅନ୍ନାମଲାଇଙ୍କୁ ପଦରୁ ହଟାଯିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image