ଚୌକି ଲୋଭରେ ମୁଖ୍ୟମନ୍ତ୍ରୀଙ୍କୁ ଅସୁସ୍ଥ କହି ପ୍ରଚାର କରୁଛନ୍ତି ପୂର୍ବତନ ଏମ୍‌ପି: ପାଣ୍ଡିଆନ୍‌

କେନ୍ଦ୍ରାପଡା,୨୭।୫: ବିଜେଡିର ଷ୍ଟାର ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ ସୋମବାର କେନ୍ଦ୍ରାପଡାରେ ପ୍ରଚାର କରିଛନ୍ତି। ଏକ ନିର୍ବାଚନୀ ସଭାରେ ସେ ନାଁ ନ ନେଇ କେନ୍ଦ୍ରପଡାର ପୂର୍ବତନ ଏମ୍‌ମ୍‌ ବୈଜୟନ୍ତ ପଣ୍ଡାଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, କେନ୍ଦ୍ରାପଡାବାସୀଙ୍କ ଆଶୀର୍ବାଦରେ ନବୀନ ୨ ଥର ଲେଖାଏ ତାଙ୍କୁ ଏମ୍‌ପି କରି ପଠାଇଥିଲେ। ୧୦ ବର୍ଷ ଧରି ସେ କେନ୍ଦ୍ରାପଡା ପାଇଁ କିଛି କଲେନି। କେନ୍ଦ୍ରାପଡାର ବିକାଶ ପରିବର୍ତ୍ତେ ନିଜ କମ୍ପାନୀ ପାଇଁ କାମ କଲେ। ଏମ୍‌ପି ହେବା ପୂର୍ବରୁ ତାଙ୍କ ପାରିବାରିକ କମ୍ପାନୀର ସ୍ଥିତି କଣ ଥିଲା ଏବଂ ୧୦ ବର୍ଷ ପରେ ତାଙ୍କ କମ୍ପାନୀ କିଭଳି ଲାଭବାନ ହୋଇଛି ତାହା ଗୁଗଲରେ ସର୍ଚ୍ଚ କଲେ ମଧ୍ୟ ଜାଣିପାରିବେ। ମୁଖ୍ୟମନ୍ତ୍ରୀ ଚୌକି ଲୋଭରେ କେନ୍ଦ୍ରାପଡା ଏମ୍‌ପି ୨୦୧୫ରୁ ନବୀନଙ୍କ ଦେହ ଖରାପ ଅଛି ବୋଲି ସବୁଠି ପ୍ରଚାର କଲେ। ନିଜ ଗଣମାଧ୍ୟମ ଜରିଆରେ ସେ ଏଭଳି କରିଥିଲେ। ଏପରି ବ୍ୟକ୍ତିଙ୍କୁ ଚିହ୍ନିରଖିବା ଉଚିତ୍‌ ପାଣ୍ଡିଆନ୍‌ କହିଛନ୍ତି।
ପାଣିଆନ୍‌ ଆହୁରି ମଧ୍ୟ କହିଚନ୍ତି,ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ଶପଥ ଗ୍ରହଣ କରିେ। ପ୍ରଥମ ଦସ୍ତଖତରେ ବିଜୁଳି ବିଲ ଛାଡ, ଦ୍ୱିତୀୟ ଦସ୍ତଖତରେ ସମସ୍ତଙ୍କୁ ବିଏସକେୱାଇ ଓ ତୃତୀୟ ଦସ୍ତଖତରେ ମିଶନ ଶକ୍ତି ମା’ଙ୍କୁ ଭତ୍ତା ମିଳିବ। ତେଣୁ ବିଜେଡି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ସୂଚନା ଫଳକରେ ଉନ୍ନୟନ କାର୍ଯ୍ୟ

ନବରଙ୍ଗପୁର,୨୧।୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ୍‌ର ବିଭିନ୍ନ ସ୍ଥାନରେ ବିନା ସୂଚନା ଫଳକରେ ବହୁ ଉନ୍ନୟନ କାର୍ଯ୍ୟ ଚାଲିଥିବା ଦେଖିବାକୁ ମିଳିଛି । କିଏ ଓ କେଉଁ...

Mohan Bhagwat:‘ଗୋଟିଏ ମନ୍ଦିର, ଗୋଟିଏ କୂଅ, ଗୋଟିଏ ଶ୍ମଶାନ’, ହିନ୍ଦୁ ଏକତାକୁ ନେଇ ଭାଗବତଙ୍କ ନୂଆ ଫର୍ମୁଲା

ନୂଆଦିଲ୍ଲୀ,୨୧।୪: ବାଂଲାଦେଶ ଏବଂ ପଶ୍ଚିମବଙ୍ଗରେ ହିଂସାର ଭୟଙ୍କର ଦୃଶ୍ୟ ଦେଖିବା ପରେ, ଅନେକ ଲୋକ ହିନ୍ଦୁ ଏକତା ପାଇଁ ଆହ୍ବାନ ଦେଉଛନ୍ତି। ଆରଏସଏସ ମୁଖ୍ୟ Mohan...

ଲିକ ହେଲା ଆମେରିକାର War Plan, Signalରେ ଶେୟାର କରି ଗୁଇନ୍ଦା ସୂଚନା ଦେଲେ ରକ୍ଷା ସଚିବ

ଓ୍ବାଶିଂଟନ,୨୧।୪: ହୁଥି ବିଦ୍ରୋହୀଙ୍କ ଉପରେ ଆକ୍ରମଣ ଯୋଜନା ପୁଣି ଥରେ ପ୍ରକାଶ ପାଇଛି। ଆମେରିକାର ପ୍ରତିରକ୍ଷା ସଚିବ ପିଟ ହେଗସେଥ ମାର୍ଚ୍ଚ ମାସରେ ୟେମେନର ଇରାନ-ସମର୍ଥିତ...

ଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକ

ମାଲକାନଗିରି,୨୧ା୪(ଗୌରୀଶଙ୍କର ପଣ୍ଡା): ଗତ ଏପ୍ରିଲ ୧୨ରେ ମାଲକାନଗିରି ବ୍ଲକ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ...

ଏଇ ଭାରତରେ

ନିନ୍ଦା, ଟାହିଟାପରା କରିବା ଲୋକେ ତ ସମାଜରେ ଅନେକ ମିଳନ୍ତି, କିନ୍ତୁ ଲୋକନିନ୍ଦାକୁ ନିଜର ସାମର୍ଥ୍ୟ କରି ଗଢ଼ି ତୋଳନ୍ତି କ୍ୱଚିତ୍‌। ଏମିତି ଜଣେ ବ୍ୟକ୍ତିତ୍ୱ...

ବୁଦ୍ଧିଜୀବୀ ବନାମ ରାଜନେତା

ନସାଧାରଣଙ୍କ ପୁଞ୍ଜିରେ ନିର୍ମିତ ବିଭିନ୍ନ ପ୍ରକାର ଲୋକାର୍ପଣ ଉତ୍ସବଗୁଡ଼ିକରେ ଫିତାକଟା ସମୟରେ ଅତିଥି ଭାବରେ ଉପସ୍ଥିତ ବ୍ୟକ୍ତିମାନଙ୍କ ମଧ୍ୟରେ ମୁଖ୍ୟତଃ ରାଜନେତାଙ୍କର ଫଟୋ ଦେଖିବାକୁ ମିଳୁଛି।...

ମଣିଷ ଦର

ମଗ୍ରିକ ଭାବେ ବିଚାରକଲେ ଦର ହେଉଛି ଏକ ମୂଲ୍ୟ ନିରୂପଣର ମାଧ୍ୟମ। ତେବେ ବସ୍ତୁ, ସାମଗ୍ରୀ ଆଦି ଯଥାର୍ଥରେ ମୂଲ୍ୟ ନିରୂପଣ ଯୋଗ୍ୟ ବା କରିବା...

JD Vance: ସପରିବାର ଜୟପୁର ଯିବେ ଆମେରିକା ଉପରାଷ୍ଟ୍ରପତି, ଚନ୍ଦା-ପୁଷ୍ପା କରିବେ ସ୍ବାଗତ

ନୂଆଦିଲ୍ଲୀ,୨୧।୪: ଆମେରିକାର ଉପରାଷ୍ଟ୍ରପତି ଜେମ୍ସ ଡେଭିଡ ଭାନ୍ସ ସୋମବାର(ଏପ୍ରିଲ ୨୧) ରାଜସ୍ଥାନର ରାଜଧାନୀ ଜୟପୁରରେ ପହଞ୍ଚିଛନ୍ତି। ଶୁଳ୍କ ବିବାଦ ମଧ୍ୟରେ ଭାରତ ଆସୁଥିବା ଆମେରିକାର ଉପରାଷ୍ଟ୍ରପତିଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image