ଓଏଏସ୍‌ ସ୍ତରରେ ଅଦଳବଦଳ: ଶ୍ବେତ କୁମାର ଦାଶ ବିଡିଏ ଯୁଗ୍ମ ଆୟୁକ୍ତ (ଇଷ୍ଟେଟ)

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ (ଓଡ଼ିଶା ପ୍ରଶାସନିକ ସେବା) ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୫ ଓଏଏସ୍‌ ଅଫିସରଙ୍କୁ ବଦଳି ସହ ଅନ୍ୟତ୍ର ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁସାରେ, ଭିମସାର ବୁର୍ଲାର କୁଳସଚିବ (ପ୍ରଶାସନ) ସୁବ୍ରତ କୁମାର ନାୟକଙ୍କୁ କଳାହାଣ୍ଡି ଏଡିଏମ୍‌ ଭାବେ ବଦଳି କରାଯାଇଛି। ସେହିପରି ଏସ୍‌ଟି, ଏସ୍‌ସି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆବର୍ଗ କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଡ. ଶ୍ବେତ କୁମାର ଦାଶଙ୍କୁ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଯୁଗ୍ମ ଆୟୁକ୍ତ (ଇଷ୍ଟେଟ) ଭାବେ ନିଯୁକ୍ତ କରାଯାଇଛି। ଏହାସହ ଅବକାରୀ ଯୁଗ୍ମ ଆୟୁକ୍ତ ଦିବ୍ୟଲୋଚନ ମହାନ୍ତଙ୍କୁ ଯାଜପୁର ଏଡିଏମ ଦାୟିତ୍ୱ ଦିଆଯାଇଛି। ସୁବର୍ଣ୍ଣପୁର ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁଜୁରଙ୍କୁ ଭିମସାର କୁଳସଚିବ (ପ୍ରଶାସନ) ଭାବେ ଅବସ୍ଥାପିତ କରାଯାଇଛି। ବଅଁରପାଳ ତହସିଲଦାର ଜିତେନ୍ଦ୍ର କୁମାର ସାହୁ ରାଜ୍ୟ କର୍ମଚାରୀ ପ୍ରବରଣ ଆୟୋଗ (ଓଏସ୍‌ଏସ୍‌ସି) ଉପସଚିବ ଭାବେ ନିଯୁକ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri