ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୦।୧୦(ବ୍ୟୁରେ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ମାଲକାନଗିରି ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ବରିଷ୍ଠ ଓଏଏସ୍‌ ବାଳମୁକୁନ୍ଦ ଭୂରାଙ୍କୁ ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେହିପରି ବରିଷ୍ଠ ଓଏଏସ୍‌ ତଥା ସୁନ୍ଦରଗଡ଼ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଭୈରବ ସିଂ ପଟେଲଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ନବରଙ୍ଗପୁର ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ବରିଷ୍ଠ ଓଏଏସ୍‌ ଅଫିସର ରତ୍ନାକର ସାହୁଙ୍କୁ ମାଲକାନଗିରି ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ବଦଳି କରାଯାଇଛି।

Share