ଭୁବନେଶ୍ୱର,୬ା୧୦(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ପୂର୍ତ୍ତ ବିଭାଗ ସ୍ବତନ୍ତ୍ର ସଚିବ ଦିଲ୍ଲୀପ କୁମାର ରାୟଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିବା ବେଳେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପୂର୍ବତନ ରେଜିଷ୍ଟ୍ରାର ରାଜେନ୍ଦ୍ର କୁମାର ରଞ୍ଜିତଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଅଧୀନରେ ଥିବା କଟକ-ପୁରୀ ମେଜର ସେଟଲମେଣ୍ଟର ସେଟଲମେଣ୍ଟ ଅଫିସର, ସ୍କୁଲ ଓ ଗଣଶିକ୍ଷା ବିଭାଗ ଯୁଗ୍ମ ସଚିବ ପ୍ରତିଭା ଦୋରାଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଯୁଗ୍ମ ନିର୍ଦ୍ଦେଶକ, ପୂର୍ତ୍ତ ବିଭାଗର ଯୁଗ୍ମ ସଚିବ ମହେନ୍ଦ୍ର ପଣ୍ଡାଙ୍କୁ ଓଡ଼ିଶା ଯୋଗାଣ ନିଗମ ଜେନେରାଲ ମ୍ୟାନେଜର ଏବଂ ଓଡ଼ିଶା ଯୋଗାଣ ନିଗମ ଜିଏମ୍ ମମତା ନାୟକଙ୍କୁ ହସ୍ତତନ୍ତ,ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।