ଓଏଏସସ୍ତରରେ ଅଦଳବଦଳ: କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର, ୧୫।୭(ଅନିଲ ଦାସ): ରାଜ୍ୟ ସରକାର ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି । ବରିଷ୍ଠ ଓଏଏସ୍‌ ଅଫିସର ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଓଡ଼ଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ପଦରୁ ହଟାଇ କ୍ୟାପିଟାଲ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ)ର ଜେନେରାଲ ମ୍ୟାନେଜର(ପିଆଣ୍ଡଏ) ଭାବେ ବଦଳି କରାଯାଇଥିବା ବେଳେ ବରିଷ୍ଠ ଓଏଏସ ଅଫିସର ଅଶୋକ କୁମାର ପଣ୍ଡାଙ୍କୁ ଇଏସଆଇ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।
ସୂଚନା ଅନୁସାରେ, ଗତବର୍ଷ ଜୁନ ୯ ତାରିଖରେ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ଓ ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରିଥିଲେ । ଷଡ଼ଙ୍ଗୀ ତତକାଳୀନ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ବ୍ୟକ୍ତିଗତ ସଚିବ ଭାବେ କାମ କରୁଥିବାବେଳେ ତାଙ୍କୁ ମଦ ନିଗମ ଦାୟିତ୍ୱ ମିଳିଥିଲା । ସେହିପରି ଶ୍ରମ ଓ ଇଏସଆଇ ବିଭାଗର ଅତିରିକ୍ତ ସଚିବ ଅଶୋକ କୁମାର ପଣ୍ଡାଙ୍କୁ ଇଏସଆଇ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । କ୍ରୁଟ ଜେନେରାଲ ମ୍ୟାନେଜର ଦୀପ୍ତି ମହାପାତ୍ରଙ୍କୁ କାଜୁ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବା ବେଳେ ଭୁବନେଶ୍ୱର ଉପଜିଲାପାଳ ନିବେଦିତା ବିଶ୍ୱାଳ ଶ୍ରମ ଓ ଇଏସଆଇ ବିଭାଗର ଯୁଗ୍ମ ସଚିବ ହେବେ । ବିଶ୍ୱାଳଙ୍କୁ ଓଡ଼ିଶା ନିର୍ମାଣ ଓ ଅନ୍ୟାନ୍ୟ ଶ୍ରମିକ ବୋର୍ଡର ଓଏସଡି ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି ।

Share