Advertisement

ରୋଗୀ ମୃତ୍ୟୁକୁ ନେଇ ଭଦ୍ରକ ମେଡିକାଲରେ ଉତ୍ତେଜନା

ଭଦ୍ରକ ଅଫିସ, ୨ା୧୦- ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଶୁକ୍ରବାର ଅପରାହ୍ନରେ ଉତ୍ତେଜନା ଦେଖାଦେଇଥିଲା। ମୃତକଙ୍କ ସମ୍ପର୍କୀୟମାନେ ମେଡିକାଲ ପରିସରରେ ହୋହଲ୍ଲା କରିବା ସହ କର୍ମଚାରୀଙ୍କୁ ଠେଲାପେଲା କରିଥିବା ଅଭିଯୋଗ ହୋଇଛି। ଖବରପାଇ ଟାଉନ ଥାନା ପୋଲିସ ପହଞ୍ଚିି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିବା ଜଣାପଡିଛି।
ସୂଚନା ଅନୁଯାୟୀ, ଧୂଷୁରୀ ଥାନା ଠାକୁରପାଟଣା ଗାଁର ଅବସରପ୍ରାପ୍ତ ସେନା କର୍ମଚାରୀ ସତ୍ୟେନ୍ଦୁ ମଲିକ ଗଡ଼ିଆରେ ପଡ଼ି ଯାଇଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ପ୍ରଥମେ ଧୂଷୁରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିଲେ ମଧ୍ୟ କରୋନା ଆକ୍ରାନ୍ତ ସନ୍ଦେହରେ ଡାକ୍ତରଖାନା କର୍ମଚାରୀମାନେ ଚିକିତ୍ସା କ୍ଷେତ୍ରରେ ବିଳମ୍ବ କରିଥିଲେ। ଫଳରେ କିଛି ସମୟ ପରେ ତାଙ୍କର ମୃତ୍ୟୁ ଘଟିଥିଲା। ଚିକିତ୍ସାରେ ଅବହେଳା କରିଥିବା ଦର୍ଶାଇ ମୃତକଙ୍କ ପରିବାର ଓ ସମ୍ପର୍କୀୟମାନେ ମେଡିକାଲ କର୍ମଚାରୀଙ୍କୁ ର୍ଦୁବ୍ୟବହାର ପ୍ରଦର୍ଶନ କରିବା ସହ ଠେଲାପେଲା କରିଥିଲେ। ଏହାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ମେଡିକାଲ ପରିସରରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share