Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର, ୭।୧୧: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ସୋମବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ)ର ସେନସେକ୍ସ ୫୯୪.୯୧ ପଏଣ୍ଟ ବଢି ୬୪,୯୫୮.୬୯ ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନଏସଇ)ର ନିଫ୍ଟି-୫୦ରେ ମଧ୍ୟ ୧୮୧ (୧୮୧.୧୫) ପଏଣ୍ଟ ବୃଦ୍ଧି ଘଟି ୧୯,୪୧୨(୧୯,୪୧୧.୭୫) ଅଙ୍କରେ କାରବାର ବନ୍ଦ କରିଥିଲା। ବିଏସଇ ସେନସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସଇ ନିଫ୍ଟି ମିଡକ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଥିଲା।

Share