Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର,୨୨।୧୧: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୭୬ (୨୭୫.୬୨) ପଏଣ୍ଟ ବଢି ୬୫,୯୩୧ (୬୫,୯୩୦.୭୭) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୮୯ (୮୯.୪୦) ପଏଣ୍ଟ ବୃଦ୍ଧି ଘଟି ୧୯,୭୮୩ (୧୯,୭୮୩.୪୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।

Share