Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୧୨: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ମଙ୍ଗବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୨୨ (୧୨୨.୧୦) ପଏଣ୍ଟ ବଢି ୭୧,୪୩୭ (୭୧,୪୩୭.୧୯) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୩୪(୩୪.୪୫) ପଏଣ୍ଟ ବୃଦ୍ଧି ଘଟି ୨୧,୪୫୩ (୨୧,୪୫୩.୧୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ୍‌, ସ୍ମଲ କ୍ୟାପ୍‌ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଛି।

Share