Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୬।୭ (ଅଭୟ ଦାଶ): କ୍ରମାଗତ ଭାବେ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ ଦିନ (କାର୍ଯ୍ୟ ଦିବସ)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷ କରି ସୋମବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ) ର ସେନସେକ୍ସ ୧୪୫ (୧୪୫.୫୨) ପଏଣ୍ଟ ବଢି ୮୦,୬୬୫ (୮୦,୬୬୪.୮୬) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ର ନିଫ୍ଟି-୫୦ରେ ମଧ୍ୟ ୮୫ (୮୪.୫୫) ପଏଣ୍ଟ ବୃଦ୍ଧି ଘଟି ୨୪,୫୮୭ (୨୪,୫୮୬.୭୦) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସଇ ସେନସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।

Share