Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୧।୮: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୩୭୮ (୩୭୮.୧୮) ପଏଣ୍ଟ ବଢି ୮୦,୮୦୩ (୮୦,୮୦୨.୮୬) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୧୨୬ (୧୨୬.୨୦) ପଏଣ୍ଟ ବୃଦ୍ଧି ଘଟି ୨୪,୬୯୯(୨୪,୬୯୮.୮୫) ଅଙ୍କରେ କାରବାର ଶେଷ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।

Share