Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୮ (ଅଭୟ ଦାଶ): କ୍ରମାଗତ ୪ର୍ଥ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷ କରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୩୩ (୩୩.୦୨) ପଏଣ୍ଟ ବଢି ୮୧,୦୮୬ (୮୧,୦୮୬.୨୧) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୧୨ (୧୧.୬୫) ପଏଣ୍ଟ ବୃଦ୍ଧି ଘଟି ୨୪,୮୨୩ (୨୪,୮୨୩.୧୫) ଅଙ୍କରେ କାରବାର ଶେଷ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ଘଟିଛି।

Share