Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୩।୯ (ଅଭୟ ଦାଶ): କ୍ରମାଗତ ୧୦ମ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷ କରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ର ସେନସେକ୍ସ ୧୯୪ (୧୯୪.୦୭) ପଏଣ୍ଟ ବଢ଼ି ୮୨,୫୬୦ (୮୨,୫୫୯.୮୪) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସଇ)ର ନିଫ୍ଟି-୫୦ ରେ ମଧ୍ୟ ୪୩ (୪୨.୮୦) ପଏଣ୍ଟ ବୃଦ୍ଧି ଘଟି ୨୫,୨୭୯ (୨୫,୨୭୮.୭୦) ଅଙ୍କରେ କାରବାର ଶେଷ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।

Share