Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନସେକ୍ସ ୯୮(୯୭.୮୪) ପଏଣ୍ଟ ବଢି ୮୨,୯୮୯ (୮୨,୯୮୮.୭୮) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୨୭ (୨୭.୨୫) ପଏଣ୍ଟ ବୃଦ୍ଧି ଘଟି ୨୫,୩୮୪ (୨୫,୩୮୪.୭୫) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସଇ ସେନସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।

Share