ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ଗୁରୁବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୨୩୭ (୨୩୬.୫୭) ପଏଣ୍ଟ ବଢି ୮୩,୧୮୫ (୮୩,୧୮୪.୮୦) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ ରେ ମଧ୍ୟ ୩୮ (୩୮.୨୫) ପଏଣ୍ଟ ବୃଦ୍ଧି ଘଟି ୨୫,୪୧୬ (୨୫,୪୧୫.୮୦) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି।