Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୯: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷ କରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ର ସେନସେକ୍ସ ୩୮୪ (୩୮୪.୩୦) ପଏଣ୍ଟ ବଢି ୮୪,୯୨୯ (୮୪,୯୨୮.୬୧) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ର ନିଫ୍ଟି-୫୦ରେ ମଧ୍ୟ ୧୪୮ (୧୪୮.୧୦) ପଏଣ୍ଟ ବୃଦ୍ଧି ଘଟି ୨୫,୯୩୯ (୨୫,୯୩୯.୦୫) ଅଙ୍କରେ କାରବାର ଶେଷ ହୋଇଥିଲା।

Share