Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ମୁମ୍ବାଇ,୨୯।୧୦: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରି କି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇ ପାରିଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ପ୍ରାୟ ୬୦୩ (୬୦୨.୭୫) ପଏଣ୍ଟ ବଢ଼ି ୮୦,୦୦୫ (୮୦,୦୦୫.୦୪) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୧୫୮ (୧୫୮.୩୫) ପଏଣ୍ଟ ବୃଦ୍ଧି ଘଟି ୨୪,୩୩୯ (୨୪,୩୩୯.୧୫) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡ଼ିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡ଼ିକର କାରବାରରେ ପରିବର୍ତ୍ତନ ହୋଇଛି।

Share