Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୮।୮ :କ୍ରମାଗତ ୨ୟ ଦିନ ଲାଗି ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସ(ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାର ନିବେଶକଙ୍କ ମନରେ ଉତ୍ସାହ ପରିଲକ୍ଷିତ ହୋଇଛି। ସୋମବାର ଷ୍ଟକ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୩୨ (୨୩୨.୨୩) ପଏଣ୍ଟ ବଢି ୬୫,୯୫୩ (୬୫,୯୫୩.୪୮) ଅଙ୍କରେ ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୮୦ (୮୦.୩୦) ପଏଣ୍ଟ ବୃଦ୍ଧି ଘଟି ୧୯,୫୯୭ (୧୯,୫୯୭.୩୦) ଅଙ୍କରେ କାରବାର ବନ୍ଦ ହୋଇଥିଲା।

Share