Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର,୧୦।୮: ଦିନକ ପରେ ପୁଣି ଥରେ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାର ନିବେଶକଙ୍କ ମନରେ ଉତ୍ସାହ ପରିଲକ୍ଷିତ ହୋଇଛି। ବୁଧବାର ଷ୍ଟକ୍‌ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୪୯ (୧୪୯.୩୧) ପଏଣ୍ଟ ବଢ଼ି ୬୫,୯୯୬ (୬୫,୯୯୫.୮୧) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୬୨ (୬୧.୭୦) ପଏଣ୍ଟ ବୃଦ୍ଧି ଘଟି ୧୯,୬୩୩ (୧୯,୬୩୨.୫୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଉଲ୍ଲେଖଯୋଗ୍ୟ, ଗତ କିଛିଦିନ ହେବ ଭାରତୀୟ ଶେୟାର ବଜାର କାରବାରରେ ଅସ୍ଥିରତା ଦେଖାଦେଇଛି।

Share