Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨।୯: ଦିନକ ପରେ ପୁଣି ଥରେ ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଶୁକ୍ରବାର ଷ୍ଟକ୍‌ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୫୫୬ (୫୫୫.୭୫) ପଏଣ୍ଟ ବଢ଼ି ୬୫,୩୮୭(୬୫,୩୮୭.୧୬) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ ରେ ମଧ୍ୟ ୧୮୧ (୧୮୧.୫୦) ପଏଣ୍ଟ ବୃଦ୍ଧି ଘଟି ୧୯,୪୩୫ (୧୯,୪୩୫.୩୦) ଅଙ୍କରେ କାରବାର ବନ୍ଦ ହୋଇଥିଲା।

Share