Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର, ୯।୯: କ୍ରମାଗତ ୬ଷ୍ଠ ଦିନ ଲାଗି ଘରୋଇ ଶେୟାର ବଜାରରେ କାରବାର ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୫ମ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାରର ନିବେଶକଙ୍କ ମନରେ ଉତ୍ସାହ ପରିଲକ୍ଷିତ ହୋଇଛି। ଶୁକ୍ରବାର ଷ୍ଟକ୍‌ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ର ସେନ୍‌ସେକ୍ସ ୩୩୩ (୩୩୩.୩୫) ପଏଣ୍ଟ ବଢ଼ି ୬୬,୫୯୯ (୬୬,୫୯୮.୯୧) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୯୩ (୯୨.୯୦) ପଏଣ୍ଟ ବୃଦ୍ଧି ଘଟି ୧୯,୮୨୦(୧୯,୮୧୯.୯୫) ଅଙ୍କରେ କାରବାର ବନ୍ଦ ହୋଇଥିଲା।

Share