Categories: ବାଣିଜ୍ୟ

ଶେୟାର ବଜାରରେ ଉତ୍ସାହ

ଭୁବନେଶ୍ୱର,୮।୩: କ୍ରମାଗତ ୨ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ଗୁରୁବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୩୩ (୩୩.୪୦) ପଏଣ୍ଟ ବଢି ୭୪,୧୧୯ (୭୪,୧୧୯.୩୯) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ର ନିଫ୍ଟି-୫୦ରେ ମଧ୍ୟ ୧୯ (୧୯.୫୦) ପଏଣ୍ଟ ବୃଦ୍ଧି ଘଟି ୨୨,୪୯୪ (୨୨,୪୯୩.୫୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।

Share