Categories: ବାଣିଜ୍ୟ

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୩୦।୭: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ ଦିନ (କାର୍ଯ୍ୟ ଦିବସ) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ସୋମବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ) ର ସେନସେକ୍ସ ୨୩ (୨୩.୧୨) ପଏଣ୍ଟ ବଢି ୮୧,୩୫୬ (୮୧,୩୫୫.୮୪) ଅଙ୍କରେ କାରବାର ବନ୍ଦ କରିଥିଲା। ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ର ନିଫ୍ଟି-୫୦ ରେ ମଧ୍ୟ ୧ (୧.୨୫) ପଏଣ୍ଟ ବୃଦ୍ଧି ଘଟି ୨୪,୮୩୬ (୨୪,୮୩୬.୧୦) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସଇ ସେନସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।

Share