Categories: ବାଣିଜ୍ୟ

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୧୦।୮: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୮୨୦ (୮୧୯.୬୯) ପଏଣ୍ଟ ବଢ଼ି ୭୯,୭୦୬ (୭୯,୭୦୫.୯୧) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୨୫୦ (୨୫୦.୫୦) ପଏଣ୍ଟ ବୃଦ୍ଧି ଘଟି ୨୪,୩୬୭ (୨୪,୩୬୭.୫୦) ଅଙ୍କରେ କାରବାର ଶେଷ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।

Share