Categories: ବାଣିଜ୍ୟ

ଶେୟାର ବଜାରରେ ଉତ୍ସାହ

ମୁମ୍ବାଇ,୧୫।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୫୯୨ (୫୯୧.୬୯) ପଏଣ୍ଟ ବଢି ୮୧,୯୭୩ (୮୧,୯୭୩.୦୫) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ ରେ ମଧ୍ୟ ୧୬୪ (୧୬୩.୭୦) ପଏଣ୍ଟ ବୃଦ୍ଧି ଘଟି ୨୫,୧୨୮ (୨୫,୧୨୭.୯୫) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି।

Share