ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୨୨ା୧୦: କ୍ରମାଗତ ୬ଷ୍ଠ ଦିନ ଲାଗି ଷ୍ଟକ୍‌ ବଜାର କାରବାର ଭଲ ରହିଛି। ଫଳରେ ଶେୟାର ବଜାରର ନିବେଶକଙ୍କ ମଧ୍ୟରେ ଏକ ପ୍ରକାର ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ଚଳିତ ସପ୍ତାହର ୫ମ ଦିନର ବଜାର ଫଳାଫଳ ଅନୁଯାୟୀ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ର ସେନ୍‌ସେକ୍ସ ୧୦୪ (୧୦୪.୨୫) ପଏଣ୍ଟ ବୃଦ୍ଧି ପାଇ ୫୯,୩୦୭ (୫୯,୩୦୭.୧୫) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ ରେ ମଧ୍ୟ ୧୨ (୧୨.୩୫) ପଏଣ୍ଟ ବଢ଼ି ୧୭,୫୭୬ (୧୭,୫୭୬.୩୦) ଅଙ୍କରେ ବଜାର ବନ୍ଦ ହୋଇଥିବା ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ , ଗୁରୁବାର ଦଲାଲ ଷ୍ଟ୍ରିଟ୍‌ରେ ବିଶେଷକରି ବ୍ୟାଙ୍କ, ଅଟୋ ଶିଳ୍ପ, ଆଇଟି, ଏଫ୍‌ଏମ୍‌ସିଜି ଏବଂ ମେଟାଲ ଭଳି କ୍ଷେତ୍ରର ନିବେଶକଙ୍କ ପାଇଁ ବଜାର ଫଳାଫଳ ଭଲ ରହିଥିଲା। ସୂଚନାଯୋଗ୍ୟ, ଅନ୍ତର୍ଜାତୀୟ ସମସ୍ୟା ସାଙ୍ଗକୁ ଭାରତୀୟ ମୁଦ୍ରାର ଅବମୂଲ୍ୟାୟନ ଜାରି ସତ୍ତ୍ୱେ ଶେୟାର ବଜାର କାରବାର ପୂର୍ବ ସପ୍ତାହ ଅପେକ୍ଷା ଭଲ ରହିଛି ବୋଲି ବଜାର ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା...

ଅକ୍ଟୋବରରେ ୯.୨୮ ବିଲିୟନ ଡଲାର କାରବାର

ଭୁବନେଶ୍ୱର,୨୫ା୧୨, (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅକ୍ଟୋବରରେ ସ୍ପଟ୍‌ ବୈଦେଶିକ ମୁଦ୍ରାବଜାରରେ ୯.୨୮ ବିଲିୟନ ଡଲାର ବିକ୍ରି କରିଛି। ମଙ୍ଗଳବାର ଆର୍‌ବିଆଇ ପକ୍ଷରୁ...

ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍‌ସ

ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍‌ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’...

ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର(ବିଓଏମ୍‌) ର ନୂତନ ଶାଖା ନିକଟରେ କଟକ ନିକଟସ୍ଥ ଗୋପାଳପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଅର୍ଥ ବିଭାଗର...

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା...

ଡିପିଆର୍‌ ବିକଶିତ କରିବ ସିପିସିଏଲ୍‌

ଭୁବନେଶ୍ୱର,୨୪।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସମନ୍ବିତ ଭିତ୍ତିଭୂମି ପରାମର୍ଶଦାତା କ୍ଷେତ୍ରରେ ଅଗ୍ରଣୀ କମ୍ପାନୀ ଚୈତନ୍ୟ ପ୍ରୋଜେକ୍ଟସ କନ୍‌ସଲଟାନ୍ସି ଲିମିଟେଡ (ସିପିସିଏଲ୍‌) କୁ ନିକଟରେ...

ଓଡ଼ିଶାରେ ଅଟୋମେଟେଡ୍‌ ଇ-ଷ୍ଟାମ୍ପିଙ୍ଗ୍‌ ସଲ୍ୟୁଶନର ଶୁଭାରମ୍ଭ

ଭୁବନେଶ୍ୱର,୨୪।୧୨: ଓଡ଼ିଶା ସରକାରଙ୍କ ପକ୍ଷରୁ ସ୍ବିଫ୍ଟ ଇଣ୍ଡିଆର ପ୍ଲାଟ୍‌ଫର୍ମରେ ଷ୍ଟକ ହୋଲ୍ଡିଙ୍ଗ୍‌ ସହ ସହଭାଗିତାରେ ଇଲେକ୍‌ଟ୍ରୋନିକ ବ୍ୟାଙ୍କ ଗ୍ୟାରେଣ୍ଟି ପାଇଁ ଅଟୋମେଟେଡ ଇ-ଷ୍ଟାମ୍ପିଙ୍ଗ୍‌ (ଏଇଏସ୍‌) ସଲ୍ୟୁଶନର...

ବେଦାନ୍ତର ଅଗ୍ନି ନିରାପତ୍ତା ତାଲିମ ଶିବିର

ଭୁବନେଶ୍ୱର,୨୪।୧୨ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ଅଗ୍ନି ଜାଗରୁକତା ପଦକ୍ଷେପ ଅଧୀନରେ ଏକ ତାଲିମ ଶିବିର ‘ଅଗ୍ନି ନରାପତ୍ତା ତାଲିମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri