Posted inଜାତୀୟ

ଦିନ ଦ଼୍ବିପହରରେ ଇଞ୍ଜିନିୟରଙ୍କୁ ହତ୍ୟା, ପାଟିରେ ଟେପ୍‌ମାରି ପିଟିପିଟି ମାରିଦେଲେ

ସୁଲତାନପୁର, ୧୭।୦୮: ଉତ୍ତର ପ୍ରଦେଶର ସୁଲତାନପୁରରେ ଜଳ ନିଗମର ଜଣେ ଇଞ୍ଜିନୟରଙ୍କୁ ଦିନ ଦ଼୍ବିପ୍ରହରରେ ହତ୍ୟା କରାଯାଇଛି । ଘରେ ପଶି ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରିଛନ୍ତି । କୋଟୱାଲି ନାଗରର ଭିନୋଭାପୁରୀ ଅଞ୍ଚଳରେ ଏହି ଘଟଣା ଘଟିଛି। ଇଞ୍ଜିନିୟରଙ୍କ ଡ୍ରାଇଭର ଏନେଇ ଲୋକଙ୍କୁ ଚିତ୍କାରକରି ଡାକିବା ପରେ, ନିକଟସ୍ଥ ଲୋକମାନେ ସେଠାରେ ପହଞ୍ଚି ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ସରକାରୀ ମେଡିକାଲ କଲେଜକୁ ନେଇଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ତେବେ ହତ୍ୟାକାଣ୍ଡ ସମ୍ପର୍କରେ ଖବର ପାଇ ପୋଲିସ୍‌ ହସ୍ପିଟାଲରେ ପହଞ୍ଚିଥିଲା। ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡ଼ିଛି । ଡିଏମ-ଏସପି, ଅତିରିକ୍ତ ଏସପିି ଘଟଣାସ୍ଥଳରେ ପହଞ୍ଚି ଥିବା ବେଳେ ଫୋରେନସିକ ଟିମ ତଦନ୍ତରେ ନିୟୋଜିତ ଅଛନ୍ତି।

ସୂଚନାନୁସାରେ, ଶନିବାର ସକାଳେ କୋଟୱାଲୀ ନଗର ପୋଲିସ ଷ୍ଟେସନ ଅନ୍ତର୍ଗତ ସହରର ଭିନୋଭାପୁରୀ ଅଞ୍ଚଳରେ ଭଡା ଘରେ ରହୁଥିବା ଜଳ ନିଗମର କାର୍ଯ୍ୟର୍ନିବାହୀ ଯନ୍ତ୍ରୀଙ୍କୁ ଦୁର୍ବୃତ୍ତ ଅତି ର୍ନିମମ ଭାବେ ପିଟିପିଟି ହତ୍ୟା କରିଛି । ଏହି ମାମଲାର ତଦନ୍ତ ପାଇଁ ୪ଟି ପୋଲିସ ଟିମ ନିୟୋଜିତ ଅଛନ୍ତି। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଡିଏମ କ୍ରିତିକା ଜ୍ୟୋତ୍ସନା, ଏସପି ସୋମେନ ଭର୍ମା, ଅତିରିକ୍ତ ଏସପି ଅରୁଣ ଚନ୍ଦ୍ର, ଘଟଣାସ୍ଥଳରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri