ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କର: ହାଇକୋର୍ଟ

କଟକ,୧୦ା୬(କାର୍ତ୍ତିକ ସାହୁ): ବେଆଇନ ଭାବେ ଗାଡ଼ିରେ ନାଲିବତୀ ବ୍ୟବହାରକୁ ବିରୋଧ କରି ରୁଜୁ ଜନହିତ ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଆଦେଶ ଦେଇଛନ୍ତି। ଭାରତୀୟ ବିକାଶ ପରିଷଦ ପକ୍ଷରୁ  ରୁଜୁ ମାମଲାର  ଶୁଣାଣି କରି ମୁଖ୍ୟ ଶାସନ ସଚିବ ଓ ବାଣିଜ୍ୟ ପରିବହନ ବିଭାଗ ସଚିବଙ୍କୁ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁସାରେ, କେନ୍ଦ୍ର ସରକାର ମୋଟରଯାନ ନିୟମାବଳୀ ୧୯୮୯କୁ ୨୦୧୭ରେ ନିୟମ ୧୦୮ର ସଂଶୋଧନ ଓ ସୁପ୍ରିମକୋର୍ଟଙ୍କ ଆଦେଶ ମୁତାବକ କେନ୍ଦ୍ର ସରକାରଙ୍କ ବିଜ୍ଞପ୍ତିରେ କୌଣସି ବିପର୍ଯ୍ୟୟ ସମୟରେ ଜରୁରୀକାଳୀନ କାର୍ଯ୍ୟ ପାଇଁ ରାଜ୍ୟ ସରକାରଙ୍କ କେଉଁ କେଉଁ ପଦାଧିକାରୀ ନାଲିବତୀ ଗାଡ଼ି ବ୍ୟବହାର କରିବେ ତାହା ସ୍ଥିର କରିବେ ବୋଲି ଦର୍ଶାଯାଇଛି।
ଏପରି ଆଦେଶନାମାକୁ ବେଖାତିର କରି ବିପର୍ଯ୍ୟୟ ସମୟ ବାଦ୍‌ ସବୁ ସମୟରେ ରାଜ୍ୟର ଅଧିକାଂଶ ବିଡ଼ିଓ, ତହସିଲଦାର, ଉପଜିଲାପାଳ, ଅତିରିକ୍ତ ଜିଲାପାଳ, ଜିଲାପାଳ, ପୋଲିସ ଅଧିକାରୀ, ରାଜସ୍ବ କମିଶନର, ମହାନଗର ନିଗମ କମିଶନର, ମୁନିସିପାଲିଟି ଅଧିକାରୀଙ୍କ ସମେତ ବିଜ୍ଞାପିତ ଅଞ୍ଚଳ ଅଧିକାରୀମାନେ ସୁପ୍ରିମକୋର୍ଟଙ୍କ ଆଦେଶ ଉଲଂଘନ କରି ନାଲିବତୀ ଗାଡ଼ି ବ୍ୟବହାର କରୁଛନ୍ତି। ଆବେଦନକାରୀ ଏହା ବିରୋଧରେ ରାଜ୍ୟ ସରକାରଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ ମଧ୍ୟ ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ନାହିଁି। ଫଳରେ ପରିଷଦ ପକ୍ଷରୁ ହାଇକୋର୍ଟରେ ଜନହିତ ମାମଲା ରୁଜୁ କରାଯାଇଥିଲା। ଏଥିରେ ମୁଖ୍ୟ ଶାସନ ସଚିବ, ପରିବହନ ଓ ବାଣିଜ୍ୟକର ବିଭାଗର ପ୍ରମୁଖ ଶାସନ ସଚିବ ଓ ରାଜ୍ୟ ପରିବହନ  କର୍ତ୍ତୃପକ୍ଷ ଆଦିଙ୍କୁ ପକ୍ଷଭୁକ୍ତ କରାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଗୋପାଳ ପ୍ରସାଦ ଜେନା ମାମଲା ପରିଚାଳନା କରୁଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri