ବର୍ଷା ଦିନରେ ପାଣି ପାଇଁ କସରତ: ୩ ଶହ ଲୋକଙ୍କ ପାଇଁ ଗୋଟିଏ ନଳକୂପ ଭରସା

ଦାରିଙ୍ଗବାଡି,୧।୧୦ (ଅରୁଣ ସାହୁ):ନା ଅଛି ସବୁଦିନିଆ ରାସ୍ତା ନା ଅଛି ପିଇବା ପାଇଁ ଶୁଦ୍ଧ ପାନୀୟଜଳର ବ୍ୟବସ୍ଥା ନା ଗରିବଶ୍ରେଣୀର ଲୋକଙ୍କୁ ମିଳୁଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ। ଏମିତି ଗାଁ ରହିଛି, ଯେଉଁଠି ନିର୍ବାଚନ ଆସିଲେ ଲୋକଙ୍କୁ ମିଳୁଛି ପୁଳାପୁଳା ପ୍ରତିଶ୍ରୁତି ଆଉ ନିର୍ବାଚନ, ସରିଲେ ଲୋକଙ୍କ ଆବଶ୍ୟକତାକୁ କେହି ପୁରଣ କରିବାକୁ ଦେଇଥିବା ସେ ପ୍ରତିଶ୍ରୁତିକୁ ପୁରଣ କରୁଛି। ସମସ୍ତେ କେବଳ ପ୍ରତିଶ୍ରୁତି ଦେଇ ଭୁଲିଯାଆନ୍ତି। ଏଭଳି ଗ୍ରାମ ହେଲା କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକର ପର୍ତ୍ତମାହା ପଞ୍ଚାୟତର ସାଲେଜୁ ଗ୍ରାମ। ସାଲେଜୁ ଗ୍ରାମର ଆଶାବାଲି ଏବଂ ପାଡ୍ରେବାଡି ଗାଁକୁ ସବୁଦିନିଆ ରାସ୍ତାଟିଏ ନାହିଁ ପଞ୍ଚାୟତ ପକ୍ଷରୁ ଗୋଟିଏ ମୁଠା ବି ମାଟି ପକାଯାଇନାହିଁ। ଦୀର୍ଘ ବର୍ଷ ତଳେ ସ୍ବେଚ୍ଛାସେବୀ ଅନୁଷ୍ଠାନ ସବୁଜ ବୈଦ୍ୟ ସଂଗଠନ ପକ୍ଷରୁ ଲୋକଙ୍କୁ ନେଇ ରାସ୍ତା କରାଯାଇଥିଲା ଓ ସଂଗଠନ ପକ୍ଷରୁ ପାରିଶ୍ରମିକ ଭାବେ ପୋଷାକ ବଣ୍ଟନ କରାଯାଇଥିଲା। ସେହିଦିନଠାରୁ ଆଜି ପର୍ଯ୍ୟନ୍ତ ଆଉ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ କରାଯାଇନାହିଁ।

ଗର୍ଭବତୀ ମହିଳାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ର ପହଞ୍ଚାଇବା ହେଉ କି ଜରୁରିକାଳୀନ ପରିସ୍ଥିତି ହେଉ ରୋଗୀଙ୍କୁ ଦୋଳାରେ ମୁଖ୍ୟ ରାସ୍ତା ପର୍ଯ୍ୟନ୍ତ ବୋହିବା ପରେ ହିଁ ସେଠାରୁ ଆମ୍ବୁଲାନ୍ସରେ ସ୍ବାସ୍ଥ୍ୟକେନ୍ଦ୍ରକୁ ପହଞ୍ଚାଯାଇଥାଏ ବୋଲି ଗ୍ରାମର ମନୋଜ ପ୍ରଧାନ, ଲଞ୍ଜୁରୀ ପ୍ରଧାନ, ଲିନା ପ୍ରଧାନ, ସମିତ ପ୍ରଧାନ ପ୍ରମୁଖ କହିଛନ୍ତି। ସେହିପରି ଗୋଟିଏ ନଳକୂପ ଉପରେ ୬୩ ପରିବାରର ଶତାଧିକ ଲୋକ ନିର୍ଭର କରନ୍ତି ଯାହାକି ବହୁ ସମୟ ପାଣି ପାଇଁ କସରତ କରିବାକୁ ପଡୁଛି। ବର୍ଷା ଦିନରେ ମଧ୍ୟ ପାଣି ପାଇଁ ହଟହଟା ଭୋଗୁଛନ୍ତି। ଗ୍ରାମବାସୀ ଏନେଇ ସରପଞ୍ଚ ଠାରୁ ଆରମ୍ଭ କରି ପ୍ରଶାସନ ଓ ଲୋକପ୍ରତିନିଧିଙ୍କୁ ବାରମ୍ବାର ଅବଗତ କରିକି ବି କିଛି ଫରକ ପଡୁନି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏନେଇ ସରପଞ୍ଚ ନବଜିନି କହିଛନ୍ତି, ଉକ୍ତ ଗ୍ରାମକୁ ଗୁରୁତ୍ୱ ଦିଆଯାଇ ଯାହା କାର୍ଯ୍ୟ ଅଛି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼...

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ...

ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼...

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ, ଅଂଶୁଘାତ ଅଭିଯୋଗ

ଦିଗପହଣ୍ଡି,୨୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ବସଷ୍ଟାଣ୍ଡ ଛକ ରାସ୍ତା ଉପରେ ଜଣେ ବୃଦ୍ଧ ଶନିବାର ଅପରାହ୍ନ ପ୍ରାୟ ୨ ଟାରେ...

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image