୧୨ରେ ୬ ଜିଲାକୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ ରବିବାରଠାରୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ। ଏହା ୪ରୁ ଅଧିକ ଦିନ ଧରି ଜାରି ରହିପାରେ। ୧୨ ତାରିଖରେ ୬ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତଦନୁଯାୟୀ, ରବିବାର ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲା, ସୋମବାର ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବ। ସେହିଭଳି ମଙ୍ଗଳବାର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧରେ ବର୍ଷା ହେବାର ସମ୍ଭାବନା ରହିଛି।

Share