‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ ଏବଂ ଜୁନ୍‌ ୧୦ରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କରିବେ। ସୋମବାର ବ୍ରହ୍ମପୁରରେ ଏଭଳି ଦମ୍ଭୋକ୍ତି ଦେଖାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଓଡ଼ିଶାକୁ ମହାପ୍ରଭୁ ପ୍ରାକୃତିକ ସଂପଦରେ ଭରି ଦେଇଛନ୍ତି। ତେବେ ଏତେ ଧନୀ ଓଡ଼ିଶାର ଲୋକ କାହିଁକି ଗରିବ ରହିଛନ୍ତି। ପ୍ରଥମେ କଂଗ୍ରେସ ଓ ପରେ ବିଜେଡି ନେତାଙ୍କ ଲୁଟ୍‌ ଏହି ପାପ ପାଇଁ ଦାୟୀ। ସେହିଭଳି ମୁଖ୍ୟମନ୍ତ୍ରୀଙ୍କ ଏହି ଜିଲାରୁ ସର୍ବାଧିକ ଶ୍ରମିକ ଦାଦନ ଯାଉଛନ୍ତି, ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ନିମନ୍ତ୍ରଣ ଦେବାକୁ ଆସିଛି।

ବିଜେଡି ସରକାରକୁ ସିଧାସଳଖ ଟାର୍ଗେଟ କରି ଓଡ଼ିଶାରେ ଖୁବଶୀଘ୍ର ଏହା ଅସ୍ତ ହେଉଛି ଏବଂ କଂଗ୍ରେସ ଅତୀତ ହୋଇଛି ବୋଲି ସେ କହିଥିଲେ। ଏତିକିବେଳେ ଓଡ଼ିଶାରେ କେବଳ ଭାଜପା ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି। ଓଡ଼ିଶା ପାଖରେ ପ୍ରଚୁର ପାଣି, ଉର୍ବର ଜମି, ଜମି ତଳେ ଖଣିଜ ଭଣ୍ଡାର ଅଛି, ମେଡିକାଲରେ ଡାକ୍ତର ନାହାନ୍ତି, ପିଲା ଅଧାରୁ ପାଠ ଛାଡୁଛନ୍ତି। କେବେଳ ଏତିକି ନୁହେଁ କୃଷକଙ୍କ ପାଇଁ ହିଞ୍ଜିଳିରେ ଶୀତଳଭଣ୍ଡାର ନାହିଁ, ପିଇବା ପାଣି ନାହିଁ।

ତେବେ ମୋଦି ଓଡ଼ିଶାର ବିକାଶ ପାଇଁ ବଜେଟର ଅଭାବ ରଖିନାହାନ୍ତି, ୧୦ ବର୍ଷରେ ଉପା ସରକାର ଓଡ଼ିଶାକୁ ୧ ଲକ୍ଷ କୋଟି ଦେଇଥିଲେ। ମୋଦି ୧୦ ବର୍ଷରେ ଓଡ଼ିଶାକୁ ସାଢ଼େ ୩ ଲକ୍ଷ କୋଟିରୁ ଅଧିକ ଦେଇଛନ୍ତି। ତେଣୁ କେବଳ ପଇସା ପଠାଇଲେ ହେବ ନି, ଭଲ ସରକାର ହେବା ତ ଦରକାର। କାରଣ ବିଜେଡି ସରକାର କେନ୍ଦ୍ର ଯୋଜନାରେ ନିଜ ଷ୍ଟିକର ଲଗାଇ ଲୁଟୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri