ଋଣ ନାଁରେ ମହିଳାଙ୍କୁ ଚାଲିଛି ଶୋଷଣ: କାର୍ଯ୍ୟାନୁଷ୍ଠାନ ପାଇଁ ଏତଲା ଦେଲେ ସରପଞ୍ଚ

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ଗ୍ରାମାଞ୍ଚଳରେ କିଛି ନିର୍ଦ୍ଦିଷ୍ଟ ଘରୋଇ ଫାଇନାନ୍ସ ସଂସ୍ଥା କୌଣସି ସରକାରୀ ସ୍ବୀକୃତି ନ ଥାଇ ମହିଳା ଗ୍ରୁପ୍‌ ଗଠନ କରି ଋଣ ପ୍ରଦାନ କରୁଛନ୍ତି। ପରବର୍ତ୍ତୀ ଅବସ୍ଥାରେ ସେମାନଙ୍କୁ ଶୋଷଣ କରାଯାଉଥିବା ସଙ୍ଗୀନ ଅଭିଯୋଗ ହୋଇଛି। ଏନେଇ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ ଦିଗପହଣ୍ଡି ଥାନାରେ ଏତଲା ଦେଇଥିବା କହିଛନ୍ତି। ଗତ କିଛିବର୍ଷ ହେଲା ଏକ ନିର୍ଦ୍ଦିଷ୍ଟ ଫାଇନାନ୍ସ ସଂସ୍ଥାର କର୍ମଚାରୀମାନେ ପ୍ରଥମେ ବନ୍ଧକ ବିହୀନ ଋଣ ପ୍ରଦାନ କରି ପରବର୍ତ୍ତୀ ଅବସ୍ଥାରେ ସେମାନଙ୍କଠାରୁ ଜୋର ଜବରଦସ୍ତ ଅତ୍ୟଧିକ ସୁଧ ସହ ମୂଳ ଟଙ୍କା ଆଦାୟ କରାଯାଉଛି। ପ୍ରତିବାଦ କଲେ ସେମାନଙ୍କ ପରିବାର ଲୋକଙ୍କୁ ଧମକ ଚମକ ଦିଆଯାଉଛି। ଋଣ ଟଙ୍କା ପରିଶୋଧକୁ ନେଇ ଘରେ ଘରେ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ କଳହ ଉପୁଜିଛି। ଋଣ ଟଙ୍କା ପରିଶୋଧ କରି ନ ପାରିଲେ ଅନୈତିକ ଭାବେ ଟଙ୍କା ଆଦାୟ କରାଯିବ ବୋଲି କିଛି ଫାଇନାନ୍ସ ସଂସ୍ଥାର କର୍ମଚାରୀମାନେ ମହିଳାମାନଙ୍କୁ ଚେତାବନୀ ଦେଉଛନ୍ତି। ଏନେଇ ବହୁ ସଂଖ୍ୟକ ମହିଳା ନିର୍ଯାତିତ ହେବା ପରେ ସରପଞ୍ଚଙ୍କ ନିକଟରେ ଅଭିଯୋଗ କରିଥିଲେ। ପଞ୍ଚାୟତ ପକ୍ଷରୁ ଏନେଇ ସଭା ଡକାଯାଇ ଅଭିଯୋଗର ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ କରାଯିବା ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଧାରଣ ଗୃହୀତ କରାଯାଇଛି। ପଞ୍ଚାୟତ ଅଧୀନ ବୋରିପଦର, କଇଠଖଣ୍ଡି ଓ ନୂଆଗଡ଼ ଗ୍ରାମରେ କିଛି ମାସ ପୂର୍ବରୁ ୨ରୁ ୩ଟି ଘରୋଇ ଫାଇନାନ୍ସ ସଂସ୍ଥାର କର୍ମଚାରୀମାନେ ପହଞ୍ଚି ଗ୍ରାମର ମହିଳାମାନଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଗ୍ରୁପ୍‌ ଗଠନ କରିବା ସହ ଋଣ ଦେଇଥିଲେ। ବର୍ତ୍ତମାନ ଉକ୍ତ ଫାଇନାନ୍ସ ସଂସ୍ଥାର କର୍ମକର୍ତ୍ତାମାନେ ମହିଳାମାନଙ୍କୁ ଋଣ ପରିଶୋଧ କରିବାକୁ କହିବା ସହ ରାତି ଅଧିଆ ଆସି ଘର ବାରଣ୍ଡାରେ ଜଗିରହି ଜୋର ଜବରଦସ୍ତ ସୁଧ ସହ ଋଣ ଟଙ୍କା ଆଦାୟ କରୁଥିବା ଅଭିଯୋଗ ହୋଇଛି। ଏପରିକି କିଛି ମହିଳାଙ୍କଠାରୁ ସେମାନଙ୍କ ସୁନା ଗହଣା ଛଡ଼ାଇ ନେଉଥିବା ଏତଲାରେ ଉଲ୍ଲେଖ ରହିଛି। ଏନେଇ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ରଙ୍କୁ ପଚାରିବାରୁ ସମସ୍ତ ଅଭିଯୋଗର ତଦନ୍ତ କରାଯାଇ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri