ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣା: ମୃତକଙ୍କ ପରିବାରକୁ ମିଳିବ ୮ ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୦(ବ୍ୟୁରୋ)- ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ମୃତାହତଙ୍କ ପରିବାର ଲୋକଙ୍କୁ ୮ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏ ନେଇ ଗୁରୁବାର ଇଣ୍ଡିଆନ ଅଏଲ କର୍ପୋରେସନ(ଆଇଓସିଏଲ) ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ଗୁରୁତର ଆହତଙ୍କୁ ୪ ଓ ଆହତଙ୍କୁ ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବ।
ପ୍ରକାଶ ଯେ, ଗତକାଲି ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଭୟାବହ ବିସ୍ପୋରଣ ଘଟିଥିଲା।

Share