Posted inଖେଳ

ଫେଲ୍‌ ମାରିଲା ଟିମ୍‌ଇଣ୍ଡିଆର ବ୍ୟାଟିଂ ଲାଇନ୍‌: ଶ୍ରୀଲଙ୍କା ବିଜୟୀ

କଲମ୍ବୋ, ୪ା୮: ଭାରତ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌କୁ ୩୨ରନ୍‌ରେ ଜିତି ନେଇଛି ଶ୍ରୀଲଙ୍କା। ପ୍ରଥମେ ବ୍ୟାଟିଂ କରି ଦଳ ୫୦ ଓଭରରେ ୯ ଉଇକେଟ ହରାଇ ୨୪୦ ରନ୍‌ କରିଥିଲା। ଜବାବରେ ଭାରତ ୪୨.୨ ଓଭରରେ ୨୧୦ ରନ୍‌ କରି ଅଲଆଉଟ ହୋଇଥିଲା। ଉଭୟ ଦଳ ମଧ୍ୟରେ ଖେଳା ଯାଇଥିବା ପ୍ରଥମ ମ୍ୟାଚ୍‌ ଟାଇରେ ଶେଷ ହୋଇଥିଲା।
କ୍ରମାଗତ ଦ୍ୱିତୀୟ ମ୍ୟାଚ୍‌ରେ ଶ୍ରୀଲଙ୍କା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିଲା। ଦଳ ପକ୍ଷରୁ ଜଣେ ବି ଖେଳାଳି ଅର୍ଦ୍ଧଶତକ ହାସଲ କରି ନ ଥିଲେ ମଧ୍ୟ ଏହା ୨୪୦ ରନ୍‌ କରିଥିଲା। ଅଭିସ୍କା ଫର୍ନାଣ୍ଡୋ ଓ କାମିନ୍ଦୁ ମେଣ୍ଡିସ୍‌ ସର୍ବାଧିକ ୪୦ ରନ୍‌ ଲେଖାଏ ସ୍କୋର କରିଥିଲେ। ୧୩୬ ରନରେ ୬ ଉଇକେଟ ହରାଇ ଶ୍ରୀଲଙ୍କା ସଙ୍କଟରେ ପଡିଥିବା ବେଳେ କାମିନ୍ଦୁ ମେଣ୍ଡିସ(୪୦) ଓ ଦୁନିଥ ଓ୍ବେଲାଲାଗେ(୩୯) ଯୋଡିଥିଲେ ୭୨ ରନ୍‌। ଭାରତ ପକ୍ଷରୁ ଓ୍ବାଶିଂଟନ୍‌ ସୁନ୍ଦର ୩, କୁଲଦୀପ ଯାଦବ ୨, ଅକ୍ଷର ପଟେଲ ଓ ମହମ୍ମଦ ସିରାଜ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଜବାବରେ ମଧ୍ୟକ୍ରମ ବ୍ୟାଟିଂ ବିଫଳତା କାରଣରୁ ଭାରତ ୪୨.୨ ଓଭରରେ ସମସ୍ତ ଉଇକେଟ ହରାଇ ୨୦୮ ରନ୍‌ କରିଥିଲା। ରୋହିତ ଶର୍ମା(୬୪) ଓ ଶୁବମାନ୍‌ ଗିଲ୍‌(୩୫) ପ୍ରଥମ ଉଇକେଟରେ ୯୭ ରନ୍‌ ଯୋଡିଥିଲେ। ତେବେ ବିରାଟ କୋହଲି(୧୪), ଶିବମ ଦୁବେ(୦), ଶ୍ରେୟସ ଆୟର(୭) ଓ ଲୋକେଶ ରାହୁଲ(୦)ଙ୍କ କାରଣରୁ ଭାରତ ୧୪୭ ରନ୍‌ରେ ୬ ଉଇକେଟ ହରାଇଥିଲା। ଅକ୍ଷର ପଟେଲ ୪୪ ରନ୍‌ କରିଥିବା ବେଳେ ଓ୍ବାଶିଂଟନ୍‌ ସୁନ୍ଦର ୧୫ ରନ୍‌ କରିଥିଲେ। ଶ୍ରୀଲଙ୍କା ପକ୍ଷରୁ ଜେଫେରୀ ଭାଣ୍ଡର୍ସେ ୨୮ ରନ୍‌ରେ ୬ ଉଇକେଟ ନେଇଥିଲେ। ଚରିଥ୍‌ ଆସାଲଙ୍କା ୩ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri