ହାଇକୋର୍ଟରେ କେସ୍‌ ଡାଏରି ଦାଖଲ କରିବାରେ ବିଫଳ: ତଦନ୍ତକାରୀ ଅଧିକାରୀଙ୍କୁ ୫୦ ହଜାର ଜରିମାନା

କଟକ,୨୭।୯(ବ୍ୟୁରୋ): ଏକ ଆପରାଧିକ ମାମଲାର କେସ୍‌ ଡାଏରି ଦାଖଲ କରିବାରେ ବିଫଳ ହୋଇଥିବା କଳାହାଣ୍ଡି ଜିଲା ଜୟପାଟଣା ଥାନାର ତଦନ୍ତକାରୀ ଅଧିକାରୀଙ୍କୁ ଓଡ଼ିଶା ହାଇକୋର୍ଟ ୫୦ ହଜାର ଟଙ୍କା ଜରିମାନା କରିଛନ୍ତି। ବିଚାରପତି ଶତ୍ରୁଘ୍ନ ପୂଜାହାରୀଙ୍କ ଖଣ୍ଡପୀଠ କଳାହାଣ୍ଡି ଜିଲା ଆଇନ ସେବା କର୍ତ୍ତୃପକ୍ଷଙ୍କ ନିକଟରେ ଜରିମାନା ରାଶି ଜମା କରିବାକୁ ତଦନ୍ତକାରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଗତ ୮ ତାରିଖରେ ହାଇକୋର୍ଟ ତଦନ୍ତକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ଏବଂ ଏ ସମ୍ପର୍କିତ କେସ୍‌ ଡାଏରି ଦାଖଲ କରିବା ପାଇଁ କଳାହାଣ୍ଡି ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଏସ୍‌ପି ରିପୋର୍ଟ ଦାଖଲ କରି ନ ଥିଲେ। ଫଳରେ ହାଇକୋର୍ଟ ଏସ୍‌ପିଙ୍କ ବିରୋଧରେ ମଧ୍ୟ ଅଦାଲତ ଅବମାନନା ନେଇ କାହିଁକି କାର୍ଯ୍ୟାନୁଷ୍ଠାନ ନିଆଯିବ ନାହିଁ ବୋଲି କାରଣ ଦର୍ଶାଅ ନୋଟିସ କରିଥିଲେ। ଏହାସହ ସେପ୍ଟେମ୍ବର ୨୪ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଥିଲେ। ନିର୍ଦ୍ଧାରିତ ସମୟ ମଧ୍ୟରେ କାରଣ ଦର୍ଶାଇ ସତ୍ୟପାଠ ସହ କେସ୍‌ ଡାଏରି ଦାଖଲ ନ କଲେ କଳାହାଣ୍ଡି ଏସ୍‌ପି ଏବଂ ଜୟପାଟଣା ତଦନ୍ତକାରୀ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଦୁଇ ଅଧିକାରୀ ବ୍ୟକ୍ତିଗତ ଭାବେ ହାଜର ହେବା ଆବଶ୍ୟକ ବୋଲି ହାଇକୋର୍ଟ କହିଥିଲେ। ଗତ ୨୪ରେ ଏହାର ଶୁଣାଣି କରି ହାଇକୋର୍ଟ ତଦନ୍ତକାରୀ ଅଧିକାରୀଙ୍କୁ ୫୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଏହାସହ ରାୟର ଏକ ନକଲ ପୋଲିସ ମହାନିର୍ଦ୍ଦେଶକ ଓ ଗୃହ ସଚିବଙ୍କ ନିକଟକୁ ପଠାଇବା ପାଇଁ ହାଇକୋର୍ଟ ରାଜ୍ୟ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଓକିଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ହାଇକୋର୍ଟଙ୍କ ଏହି ରାୟ ସାର୍ବଜନୀନ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ*

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର ।...

ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର ।...

ଜଳିଗଲା ଲୁଗା ଦୋକାନ, ମାଲିକ ମୃତ

ଜଟଣୀ,୧୫ା୧୧(ରବୀନ୍ଦ୍ରନାଥ ମହାକୁଡ଼): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ରାଜାବଜାରରେ ଥିବା ଗୌରୀ ଗାର୍ମେଣ୍ଟସ (ଲୁଗା ଦୋକାନ)ରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି...

ଚନ୍ଦ୍ରଗିରି ବନାଞ୍ଚଳରେ ବାଘ ପାଦଚିହ୍ନ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳର ଆକିଲି ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। କିଛିଦିନ ହେଲା ଗଞ୍ଜାମ ଜିଲାର ଦିଗପହଣ୍ଡି ଓ ଚିକିଟି ଅଞ୍ଚଳରେ...

ବୋମାମାଡ଼ ଘଟଣା, ଆଉ ଜଣେ ଗିରଫ

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ଓ ଦିଗପହଣ୍ଡି ଅଞ୍ଚଳରେ ଗତ କିଛିଦିନ ହେଲା ବୋମାମାଡ଼ କରି ଆତଙ୍କ ଚଳାଇଥିବା ଅପରାଧୀ ଗ୍ୟାଙ୍ଗର ଜଣେ ଯୁବକଙ୍କୁ ପୋଲିସ...

କାହିଁକି କାର୍ତ୍ତିକ ପୂର୍ଣ୍ଣିମାରେ ହେଲା ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ,୨୫।୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି l ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ଭିତର ପଟ ପାହାଚରେ...

ସରକାର ବଦଳିବାରୁ ଆଶା ଆଶଙ୍କାରେ ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ: ମନ୍ତ୍ରୀଙ୍କୁ ଭେଟି…

କୋକସରା,୧୫।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ ଫେଡେରେଶନ ପକ୍ଷରୁ ୫ ଦଫା ଦାବି ନେଇ ରାଜ୍ୟ ସରକାରଙ୍କୁ ପୂର୍ବରୁ ଦାବି...

କାଲିଠୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ, ହେଲେ ପ୍ରସ୍ଥାନ ପାଇଁ ନାହିଁ …

ପୁରୀ,୧୫।୧୧(ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ପୂର୍ଣ୍ଣିମାରେ ବ୍ରତ ଧାରିମାନେ ଡ଼ଙ୍ଗା ଭସାଇବା ସହ ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବହୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri