ଖସୁଛି ସଂକ୍ରମଣ: ଆଜି ୧୨୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ରବିବାର ୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୫୮ ହଜାର୮୮୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୨୫ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୧୦, ଭଦ୍ରକରୁ ୨, ବଲାଙ୍ଗୀରରୁ ୧, କଟକରୁ ୨, ଦେବଗଡ଼ରୁ ୧, ଗଜପତିରୁ ୨୦, ଗଞ୍ଜାମରୁ ୧, ଜଗତ୍‌ସିଂହପୁରରୁ ୧, ଯାଜପୁରରୁ ୧, ଝାରସୁଗୁଡ଼ାରୁ ୯, କେନ୍ଦ୍ରାପଡ଼ାରୁ ୮, ଖୋର୍ଦ୍ଧାରୁ ୧୪, କୋରାପୁଟରୁ ୨ , ମାଲକାନଗିରିରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୮, ପୁରୀରୁ ୨, ସମ୍ବଲପୁରରୁ ୧୮ ଥିବାବେଳେ ଷ୍ଟେଟ ପୁଲ୍‌ରୁ ୩ ଅଛନ୍ତି।

Share