Categories: ବାଣିଜ୍ୟ

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୧୦।୧୦: ବିଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୪୮୩ (୪୮୩.୨୪) ପଏଣ୍ଟ ଖସି ୬୫,୫୧୨(୬୫,୫୧୨.୩୯) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୧୪୧ (୧୪୧.୧୫) ପଏଣ୍ଟ ହ୍ରାସ ଘଟି ୧୯,୫୧୨ (୧୯,୫୧୨.୩୫) ଅଙ୍କରେ କାରବାର ବନ୍ଦ କରିଥିଲା।

Share