Categories: ବାଣିଜ୍ୟ

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର, ୧୭।୧୦: ଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୧୬ (୧୧୫.୮୧) ପଏଣ୍ଟ ଖସି ୬୬,୧୬୭ (୬୬,୧୬୬.୯୩) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୧୯ (୧୯.୩୦) ପଏଣ୍ଟ ହ୍ରାସ ଘଟି ୧୯,୭୩୨(୧୯,୭୩୧.୭୫) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡ଼ିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡ଼ିକରେ ମଧ୍ୟ ପରିବର୍ତ୍ତନ ହୋଇଥିଲା।

Share