Categories: ବାଣିଜ୍ୟ

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୨୭।୧୦:କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଗୁରୁବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୯୩୨ (୯୩୨.୦୦) ପଏଣ୍ଟ ଖସି ୬୩,୧୧୭ (୬୩,୧୧୭.୦୬) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ ରେ ମଧ୍ୟ ୨୪୯ (୨୪୮.୮୫) ପଏଣ୍ଟ ହ୍ରାସ ଘଟି ୧୮,୮୭୩ (୧୮,୮୭୩.୩୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ୍‌, ସ୍ମଲ୍‌ କ୍ୟାପ୍‌ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଥିଲା। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ଘଟିଛି।

Share