Categories: ବାଣିଜ୍ୟ

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୨୧ା୧୧: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସଇ)ର ସେନସେକ୍ସ ୧୪୦ (୧୩୯.୫୮) ପଏଣ୍ଟ ଖସି (କମି) ୬୫,୬୫୫ (୬୫,୬୫୫.୧୫) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନଏସଇ)ର ନିଫ୍ଟି-୫୦ରେ ମଧ୍ୟ ୩୮ (୩୭.୮୦) ପଏଣ୍ଟ ହ୍ରାସ ଘଟି ୧୯,୬୯୪(୧୯,୬୯୪.୦୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସଇ ସେନସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସଇ ନିଫ୍ଟି ମିଡକ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଥିଲା। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଛି।

Share