Categories: ବାଣିଜ୍ୟ

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୧୨।୩: ଗତ କିଛି ସପ୍ତାହ ହେବ କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସଇ)ର ସେନସେକ୍ସ ୬୧୭(୬୧୬.୭୫) ପଏଣ୍ଟ କମି ୭୩,୫୦୩ (୭୩,୫୦୨.୬୪) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନଏସଇ) ର ନିଫ୍ଟି-୫୦ରେ ମଧ୍ୟ ୧୬୧ (୧୬୦.୯୦) ପଏଣ୍ଟ ହ୍ରାସ ଘଟି ୨୨,୩୩୩ (୨୨,୩୩୨.୬୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସଇ ସେନସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ହୋଇଛି।

Share