Categories: ବାଣିଜ୍ୟ

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୨୨।୭: କ୍ରମାଗତ ୬ଷ୍ଠ ଦିନର ଉଚ୍ଚ କାରବାର ପରେ ଭାରତୀୟ ଶେୟାର ବଜାରର କାରବାରରେ ଏକ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଉଲ୍ଲେଖଯୋଗ୍ୟ, ଶୁକ୍ରବାର ଷ୍ଟକ୍‌ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୮୮୮ (୮୮୭.୬୪) ପଏଣ୍ଟ ଖସି ୬୬,୬୮୪ (୬୬,୬୮୪.୨୬) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ ରେ ମଧ୍ୟ ୨୩୪ (୨୩୪.୧୫) ପଏଣ୍ଟ ହ୍ରାସ ଘଟି ୧୯,୭୪୫ (୧୯,୭୪୫.୦୦) ଅଙ୍କରେ କାରବାର ବନ୍ଦ ହୋଇଥିଲା।

Share